ସାପ ବି କରିପାରେ ରାସ୍ତା ରୋକ

ସୋର (ବଡ଼ ଖବର ବ୍ୟୁରୋ): ଆକ୍ରମଣକାରୀକୁ ଦଣ୍ଡ ଦାବିରେ ସାପ କରିଛି ରାସ୍ତା ରୋକ । ଏଭଳି ଏକ ଅବିଶ୍ୱାସନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସୋର ଅନନ୍ତପୁର ରାସ୍ତାର ଦୁଆମରା ନିକଟରେ । ମନୁଷ୍ୟ ଯେପରି ଅସୁବିଧା ହେଲେ ରାସ୍ତା ରୋକ ଆନ୍ଦୋଳନ କରି ପ୍ରତିବାଦ କରିଥାଏ, ଠିକ ସେହିପରି ଏକ ନାଗ ସାପ ମଧ୍ୟ ରାସ୍ତାରୋକ କରି ପ୍ରତିବାଦ କରୁଥିବା ଦେଖିବାକୁ ମିଳିଛି । କୌଣସି ଏକ ଗାଡ଼ି ଧକ୍କାରେ ସାପଟି ଆହତ ହୋଇଥିଲା ।

ଦୁର୍ଘଟଣା ଘଟାଇଥିବା ଗାଡ଼ି ଚାଳକଙ୍କୁ ପାନେ ଦେବା ପାଇଁ ରାସ୍ତାରୋକ କରିଥିଲା ସାପ । ଫେଣାଟେକି ସାପଟି ରାସ୍ତାରେ ଯାଉଥିବା ବାଇକ୍ ଆରୋହୀଙ୍କୁ ଗୋଡାଇଥିଲା । ଏପରିକି ରାସ୍ତାରେ ଯାନବାହନ ଚଳାଚଳ ଠପ୍ ହୋଇଯାଇଥିଲା । କିଛିି ଉତ୍ସାହି ଯୁବକ ସାପଟିକୁ କାବୁ କରିବା ପରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ