Masthead

ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ । ଏଥିଲାଗି ଭକ୍ତ ବ୍ୟାକୁଳ । ରତ୍ନବେଦି ଛାଡ଼ି ଭାଇ, ଭଉଣୀଙ୍କ ସହ ସ୍ନାନବେଦୀରେ ମହାପ୍ରଭୁ ବିଜେ ହୋଇଛନ୍ତି। ବଡ଼ ଠାକୁରଙ୍କ ଏହି ଦିବ୍ୟଲୀଳା ଦେଖିବାକୁ ମଙ୍ଗଳବାର ରାତିରୁ ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି। ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ବିଜେ କରାଇଛନ୍ତି ।

ମଣ୍ଡପରେ ବିଜେ ହେବା ପରେ ଯଥାବିଧି ପୂଜାର୍ଚ୍ଚନା ମଧ୍ୟ କରାଯିବ । ନିୟମ ଅନୁସାରେ ଠାକୁରଙ୍କ ପହଣ୍ଡି ବିଜେ ପରେ ମହାସ୍ନାନ କରାଯାଇଥାଏ । ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ‘ସୁନା କୂଅ’ । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ ।

ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି । ସ୍ନାନ ଦିନ ୧୨ଟା ୨୦ରୁ ମଧ୍ୟାହ୍ନ ୧ଟା ୪୫ ପର୍ଯ୍ୟନ୍ତ ଜଳବିଜେ ଚାଲିବ। ଅପରାହ୍ନ ସାଢ଼େ ୪ଟାରେ ହାତୀବେଶ ହେବାକୁ ଥିବା ବେଳେ ସାହାଣମେଲା ଦର୍ଶନ ସନ୍ଧ୍ୟା ସାଢ଼େ ୭ଟାରୁ ରାତି ସାଢ଼େ ୧୦ଟା ପର୍ୟ୍ୟନ୍ତ ଚାଲିବ । ବାହୁଡ଼ା ପହଣ୍ଡି ରାତି ସାଢ଼େ ୧୧ଟାରୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା