Masthead

ଉତ୍ତରାଖଣ୍ଡରେ ହିମସ୍ଖଳନ

ଉତ୍ତରାଖଣ୍ଡରେ (ବଡ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲା ସୁମନା ଓ ନେତି ଭ୍ୟାଲିରେ ହିମସ୍ଖଳନ ହେବାର ଦିନକ ପରେ ୩୮୪ଜଣଙ୍କୁ ଉଦ୍ଧାର କରାଯାଇଛି । ଭାରତ ଓ ଚୀନ୍ ସମୀମାରେ ଘଟିଥିବା ଏହି ପ୍ରାକୃତିକ ବିପର୍ଯ୍ୟରେ ବହୁ ଲୋକ ନିଖୋଜ ଥିବା ସମ୍ପର୍କରେ ଭାରତୀୟ ସେନାକୁ ଶନିବାର ସୂଚନା ଦିଆଯାଇ ଥିଲା । ଖବର ପାଇ ଭାରତୀୟ ସେନାର ବଛା ବଛା ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରିଥିଲେ । ମାଟିରେ ପୋତି ହୋଇଯାଇଥିବା ୮ଟି ଶବ ମଧ୍ୟ ଯବାନମାନେ ଉଦ୍ଧାର କରିଛନ୍ତି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାୱତ ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି । ସେନା ପକ୍ଷରୁ ଟ୍ୱିଇଟରେ କୁହାଯାଇଛି, ଯୋଶୀମଠ, ସୁମନା, ନେତି ଅଞ୍ଚଳରେ ଭୟଙ୍କର ବରଫପାତ ହେବାରୁ ପରିସ୍ଥିତି ବିଗିଡିଯାଇଛି । ଯବାନମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ବର୍ଡର ରୋଡ ଅର୍ଗାନାଇଜେସନର ଏକ କ୍ୟାମ୍ପ କ୍ଷତିଗ୍ରସ୍ତ ହୋଇଛି । ଏଥିରେ ଥିବା ୫୫ଜଣଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ସେମାନେ ଗୁରୁତର ଥିବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ