Masthead

ଦୀପାବଳିରେ ଲିଭିଗଲା ଜୀବନ ଦୀପ

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଜାମୁଯୋଡ଼ି ପଞ୍ଚାୟତର ସମାଜସେବୀ ସୁଶାନ୍ତ ମହାପାତ୍ର ଶନିବାର ଅପରାହ୍ନରେ ଭୁବନେଶ୍ୱରର ଏକ ଘରୋଇ ହସ୍ପପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମହାପାତ୍ରଙ୍କ ଦେହାନ୍ତରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମହାପାତ୍ର ଜଣେ ବିଶିଷ୍ଟ ସମାଜସେବୀ ଥିଲେ। ଦୁଃଖି ଓ ଦରିଦ୍ରଙ୍କ ମନ କଥା ସେ ବୁଝିପାରୁଥିଲେ। କେନ୍ଦୁଝର ଧରଣୀଧର ମହାବିଦ୍ୟାଳୟ ଛାତ୍ର ସଂସଦ ସଭାପତି ମଧ୍ୟ ଥିଲେ ସୁଶାନ୍ତ। ପରେ କଂଗ୍ରେସ ସହ ଯୋଡ଼ି ହୋଇ ଜାମୁଯୋଡ଼ି ପଞ୍ଚାୟତର ସମିତିସଭ୍ୟ ପଦରେ ରହି ଅନେକ ଉନ୍ନତିମୂଳକ କାମ କରିଥିଲେ। ସୁଶାନ୍ତ ଅନେକ ଧର୍ମାନୁଷ୍ଠାନ ସହ ମଧ୍ୟ ଜଡ଼ିତ ଥିଲେ। ସେଥିପାଇଁ ଖାଲି ହରିଚନ୍ଦନପୁର ନୁହେଁ କେନ୍ଦୁଝର ଜିଲ୍ଲାରେ ମଧ୍ୟ ବେଶ୍ ପରିଚିତ ଥିଲେ ସେ। ଶହ ଶହ ସମର୍ଥକ ତାଙ୍କ ଶେଷ ଦର୍ଶନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ