Masthead

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା

ତିର୍ତ୍ତୋଲ / ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ପାଇଁ ଅଡୁଆ କମିବାର ନା ନେଉନି। ଏକ ବର୍ଷ ପୂର୍ବରୁ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ନାମରେ ବିଭିନ୍ନ ସଙ୍ଗୀନ ଅଭିଯୋଗ ଆଣିଥିଲେ ତାଙ୍କ ବାନ୍ଧବୀ ସୋମାଲିକା ଦାସ। ଯେଉଁଥିରେ ବିବାହ ଲାଗି ପ୍ରତାରଣା, ଗର୍ଭ ନଷ୍ଟ, ପ୍ରେମ କରି ପ୍ରତାରଣା ଭଳି ଅନେକ ପ୍ରକାରର ଅଭିଯୋଗ ନେଇ ଜଗତସିଂହପୁର ଥାନାରେ ଅଭିଯୋଗ କରିଥିଲେ।

ହେଲେ ପୋଲିସ ଘଟଣାର ତଦନ୍ତ ନକରିବାରୁ ସୋମାଲିକା ମାନ୍ୟବର କୋର୍ଟଙ୍କ ଦ୍ବାରସ୍ଥ ପରେ କୋର୍ଟ ଜଗତସିଂହପୁର ପୋଲିସକୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଘଟଣାକୁ ଏକ ବର୍ଷ ବିତିଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ଘଟଣାର କିଛି ତଦନ୍ତ ହେଲା ନାହିଁ ବୋଲି ସୋମାଲିକା ପୁଣି ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଆଜି ସୋମାଲିଲା ମାନ୍ୟବର ହାଇକୋର୍ଟଙ୍କ ନିକଟରେ ଜଗତସିଂହପୁର ପୋଲିସ, ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ନାମରେ ମାମଲା ଦାଏର କରିଛନ୍ତି। ଆଉ ଯେ ପର୍ଯ୍ୟନ୍ତ ନ୍ୟାୟ ମିଳି ନାହିଁ ସେ ନ୍ୟାୟ ପାଇଁ ଲଢେଇ କରିବା ପାଇଁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର