Masthead

ବିରୋଧୀଙ୍କ ଗାଳି ଖାଇଲେ ବି ମୁଁ ଆପଣଙ୍କ ପାଇଁ କାମ କରିବି: ପ୍ରଧାନମନ୍ତ୍ରୀ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବିଜେପି ସରକାର ହେବ, ସବୁ ସୁବିଧା ମିଳିବ ବୋଲି ନବରଙ୍ଗପୁର ଚିକିଲିରୁ ଜନସମାବେଶରେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବ୍ରହ୍ମପୁର ପରେ ନବରଙ୍ଗପୁରରେ ମଧ୍ୟ ବିଜେପି ସରକାର ଗଢିବା ନେଇ ଦୃଢୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ କହିଛନ୍ତି ଛତିଶଗଡ଼ରେ ବିଜେପି ସରକାର ଧାନ ୩୧ଶହ ଟଙ୍କା ଦେଉଛନ୍ତି । ଏଠାରେ ଓଡ଼ିଶାରେ ଧାନ ୨୧ଶହ ଟଙ୍କାରେ କିଣାଯାଉଛି । ବିଜେପି ସରକାର ଆସିଲେ ଧାନ ୩୧ଶହ ଟଙ୍କାରେ କିଣାଯିବ ।

ଏଠାକାର ଯୁବକଙ୍କୁ ରୋଜଗାର ପାଇଁ ବାହାରକୁ ଯିବାକୁ ପଡ଼ୁଛି । ସେ ଆହୁରି ମଧ୍ୟ କହିଛନ୍ତି ବିଜେଡି ୨୫ ବର୍ଷ ଭିତରେ ଆପଣଙ୍କ ଅସୁବିଧା ଦୂର କରିନି । ଯିଏ ଆପଣଙ୍କ ପାଇଁ କିଛି କରିନି, ସେ କାହିଁକି ରହିବ । ମୋଦିର ଗ୍ୟାରେଣ୍ଟି, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍‌ କରିବୁ । ଓଡ଼ିଶାର ବିକାଶ ନିଶ୍ଚିତ ଭାବେ ହେବ, ଏହା ମୋଦିର ଗ୍ୟାରେଣ୍ଟି । ବିରୋଧୀଙ୍କ ଗାଳି ଖାଇଲେ ବି ମୁଁ ଆପଣଙ୍କ ପାଇଁ କାମ କରିବି । ଗରିବଙ୍କ ପଇସା କେହି ଲୁଟି ପାରିବେନି, ସିଧା ଖାତାକୁ ଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଓଡିଶାକୁ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ମିଳିବ । ଓଡିଶାର ପୁଅ କିମ୍ବା ଓଡିଶାର ଝିଅ ମୁଖ୍ୟମନ୍ତ୍ରୀ ହେବ, କେହି ବାହାର ଲୋକ ହେବନି । ଯିଏ ଓଡିଶାର ମାଟିକୁ ମଥାରେ ଲଗେଇ ବୁଲିବ, ତାକୁ ବିଜେପି ନିଜର ପ୍ରଥମ ମୁଖ୍ୟମନ୍ତ୍ରୀ ବନେଇବ ବୋଲି ମୋଦି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ