Masthead

ରାଜ୍ୟସଭା ଯିବେ ସୋନିଆ ଗାନ୍ଧି!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କଂଗ୍ରେସ ଶିବିରରୁ ଆସିଲା ବଡ଼ ଖବର । ରାଜ୍ୟସଭା ଯାଇପାରନ୍ତି ସୋନିଆ ଗାନ୍ଧି । ସେପଟେ ରାଏବରେଲୀରୁ ନିର୍ବାଚନ ଲଢିପାରନ୍ତି ପ୍ରିୟଙ୍କା ଗାନ୍ଧି ।ଦୁଇ ଦନି ଭିତରେ ରାଜ୍ୟସଭା ପ୍ରାର୍ଥୀ ଭାବେ ନାଁ ଘୋଷଣା କରିପାରେ କଂଗ୍ରେସ । କଂଗ୍ରେସ ଭେଟେରାନ ତଥା ଦଳର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚଳିତ ଲୋକସଭା ନିର୍ବାଚନ ଲଢିବେନାହିଁ । ସେ ରାଜ୍ୟସଭା ଯିବା ନେଇ ଯେଉଁ ଚର୍ଚ୍ଚା ଗତ କିଛି ଦିନ ହେବ ଲାଗି ରହିଥିଲା, ତାହା କ୍ରମଶଃ ଘନୀଭୂତ ହୋଇଛି ।

ସୋନିଆ ଗାନ୍ଧି ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ । ତାଙ୍କ ସହ ପାର୍ଟି ହାଇକମାଣ୍ଡ ମଲ୍ଲିକାର୍ଜୁନ ଖଡଗେ ଓ ପୁଅ ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ରହିବେ । କିନ୍ତୁ ସେ କେଉଁ ରାଜ୍ୟରୁ ନାମାଙ୍କନ ଭେରିବେ, ସେ ନେଇ ଏପର୍ୟ୍ୟନ୍ତ କିଛି ସ୍ପଷ୍ଟ ହୋଇନି । ହେଲେ ଚର୍ଚ୍ଚା ଅନୁସାରେ, ସେ ରାଜସ୍ଥାନରୁ ରାଜ୍ୟସଭା ଯିବା ନେଇ ସର୍ବାଧିକ ସମ୍ଭାବନା ରହିଛି । ଦଳ ଏ ସମ୍ପର୍କରେ କିଛି ଘୋଷଣା କରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ