Masthead

ବିରୋଧୀ ବୈଠକ, ଯୋଗ ଦେବେ ସୋନିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆସନ୍ତା ୧୭ ଓ ୧୮ ରେ ବେଙ୍ଗାଲୁରୁରେ ବିରୋଧୀ ଦଳ ନେତାଙ୍କ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଗାମୀ ଲୋକସଭା ନିର୍ବାଚନରେ ବିଜେପିକୁ ପରାସ୍ତ କରିବା ଉଦ୍ଦେଶ୍ୟରେ ବିରୋଧୀ ଦଳମାନଙ୍କୁ ଏକାଠି କରିବାକୁ ପ୍ରୟାସ ଆରମ୍ଭ ହୋଇ ସାରିଛି। ଆସନ୍ତା ସପ୍ତାହରେ ବେଙ୍ଗାଲୁରୁରେ ହେବାକୁ ଥିବା ବିରୋଧୀ ବୈଠକରେ କଂଗ୍ରେସ ସହ ଆଉ କେତେକ ଦଳ ଯୋଡ଼ି ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। କଂଗ୍ରେସ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ବୈଠକରେ ସାମିଲ ହେବା ପାଇଁ ୨୪ ଅଣଭାଜପା ଦଳକୁ ନିମନ୍ତ୍ରଣ କରାଯାଇଛି। ବିରୋଧୀ ଦଳ ନେତାଙ୍କ ପ୍ରଥମ ବୈଠକ ବିହାରର ପାଟନାରେ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ୧୫ଟି ଦଳର ନେତା ଭାଗ ନେଇଥିଲେ। ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ବୈଠକ କଂଗ୍ରେସ ଆୟୋଜନ କରୁଛି। ଏହି ବୈଠକରେ କଂଗ୍ରେସର ବରିଷ୍ଠ ନେତ୍ରୀ ସୋନିଆ ଗାନ୍ଧୀ ଯୋଗ ଦେବେ। ବୈଠକରେ ଯୋଗ ଦେବାକୁ ୨୪ଟି ବିରୋଧୀ ଦଳଙ୍କୁ କଂଗ୍ରେସ ତରଫରୁ ଆମନ୍ତ୍ରଣ କରାଯାଇଛି। ଆସନ୍ତା ୧୭ରେ ଏକ ନୈଶଭୋଜିର ଆୟୋଜନ କରାଯାଇଛି। ଏଥିରେ ସୋନିଆଙ୍କ ସହ ଏକାଧିକ ବିରୋଧୀ ଦଳ ନେତା ଉପସ୍ଥିତ ରହିବାର ସମ୍ଭାବନା ଅଛି। ୧୮ରେ ବିରୋଧୀ ଦଳ ନେତାଙ୍କ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ବିଜେପିକୁ ପରାସ୍ତ କରିବା ନିମନ୍ତେ ରଣନୀତି ପ୍ରସ୍ତୁତ ହେବାର କାର୍ଯ୍ୟକ୍ରମ ରହିଛି।

 ବୈଠକକୁ ନିମନ୍ତ୍ରିତ ହୋଇଥିବା ୨୪ଟି ବିରୋଧୀ ଦଳଙ୍କ ଲୋକସଭାରେ ମୋଟ୍ ସଦସ୍ୟ ସଂଖ୍ୟା ୧୫୦ ରହିଥିବା ବେଳେ ଆଗାମୀ ଲୋକସଭା ନିର୍ବାଚନରେ ଏହି ସଂଖ୍ୟା କିପରି ବୃଦ୍ଧି ପାଇବ ସେ ନେଇ ବୈଠକରେ ରଣନୀତି ପ୍ରସ୍ତୁତ ହେବ ବୋଲି ଜଣାପଡ଼ିଛି। ଦେଶବ୍ୟାପୀ ବିଜେପି ପ୍ରାର୍ଥୀଙ୍କ ବିରୋଧରେ ବିରୋଧୀ ଦଳ ମେଣ୍ଟର ପ୍ରାର୍ଥୀଙ୍କୁ ଛିଡ଼ା କରାଯିବା ନେଇ ବୈଠକରେ ମାନସ ମନ୍ଥନ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ