Masthead

ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ସୋନପୁର (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ କାର୍ଯ୍ୟରତ ଶହଶହ ସଫେଇ କର୍ମଚାରୀ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ଦୁଇ ମାସ କାମ କରିବା ପରେ ମଧ୍ୟ ଠିକା ସଂସ୍ଥା ଦରମା ଦେଇନଥିବା ଅଭିଯୋଗ କରିଛନ୍ତି ଏହି କର୍ମଚାରୀମାନେ ।

ଦରମାକୁ ନେଇ ସଫେଇ କର୍ମଚାରୀ ମାନେ ବିଗତ ଦିନରେ ସିଡିଏମଓ, ଡିପିଏମ୍ ଓ ଚିକିତ୍ସାଳୟର ମେନେଜରକୁ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ନମିଳିବାରୁ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।ଏବେ ଏହି ସଫେଇ କର୍ମଚାରୀମାନଙ୍କ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇଯାଇଥିବାରୁ ଆଜି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ଆଗାମୀ ଦିନରେ ଶୀଘ୍ର ବାକିଆ ଦରମା ନଦେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ