Masthead

ପ୍ରେମକୁ ନେଇ ଯୁବତୀଙ୍କ ବେକ କାଟିଲେ ଯୁବକ

ସୋର (ବଡ଼ ଖବର ବ୍ୟୁରୋ): ପ୍ରେମ ଜନିତ କାରଣରୁ ଜଣେ ଯୁବତୀଙ୍କୁ ବିଭତ୍ସ ହତ୍ୟା । ଯୁବତୀ ଜଣଙ୍କ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା । ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ। ଘରେ କେହି ନଥିବା ବେଳେ ଅଭିଯୁକ୍ତ ଏଭଳି କରିଥିବା ଅନୁମାନ କରାଯାଉଛି । ମାତ୍ର କିଛି ସମୟ ପରେ ଘର ଲୋକ ଫେରି ଦେଖିଲାବେଳକୁ ଜ୍ୟୋତିଙ୍କ ଗଳା କଟା ଯାଇଥିବା ଦେଖିଥିଲେ ।

ପରେ ତୁରନ୍ତ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତ ଦୁଇଦିନ ତଳେ ଜଣେ ଯୁବକ ତାଙ୍କୁ ହଇରାଣ କରୁଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଥିବା ବେଳେ ପ୍ରେମ ଜନିତ କାରଣରୁ ଏହି ହତ୍ୟା ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ