Masthead

ଅଙ୍ଗନୱାଡି କେନ୍ଦ୍ରରେ ଅଙ୍ଗନୱାଡି କର୍ମୀଙ୍କ ଆତ୍ମହତ୍ୟା

ସୋର (ବଡ଼  ଖବର ବ୍ୟୁରୋ):ସୋର ଥାନା ଆଟପୁର ପଞ୍ଚାୟତ ହଂସୀପାଟଣା ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀ ଅଙ୍ଗନୱାଡି କେନ୍ଦ୍ର ପରିସରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ କର୍ମୀ ଜଣଙ୍କ ହେଲେ ଗ୍ରାମର ସବିତା ମହାନ୍ତି । ସବିତା ଗତ ୮ ବର୍ଷ ଧରି ସ୍ଥାନୀୟ ହଂସୀପଟଣା ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। ଆଜି ସକାଳେ କେନ୍ଦ୍ରକୁ ଯାଇଥିବା ବେଳେ ଛୁଟି ପରେ ପିଲାମାନଙ୍କୁ ତାଙ୍କ ଘରେ ଛାଡିଥିଲେ। ସେଠାରୁ ଫେରିବା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ।

ପରେ ଅଙ୍ଗନୱାଡି କେନ୍ଦ୍ରରେ ଚାବି ଭିତର ପଟୁ ପଡିଥିବା ଦେଖି ଚାବି ଭାଙ୍ଗିବା ପରେ ସବିତାଙ୍କୁ ଫ୍ୟାନରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ସବିତାଙ୍କର ୧୭ ବର୍ଷୀୟ ପୁଅ ଗତ ଦୁଇମାସ ତଳେ ବେକରେ ରାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ସେବେଠାରୁ ସେ ମାନସିକ ଭାରସାମ୍ୟ ହରାଇ ବସିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଆଜି କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା