Masthead

ଅଙ୍ଗନୱାଡି କେନ୍ଦ୍ରରେ ଅଙ୍ଗନୱାଡି କର୍ମୀଙ୍କ ଆତ୍ମହତ୍ୟା

ସୋର (ବଡ଼  ଖବର ବ୍ୟୁରୋ):ସୋର ଥାନା ଆଟପୁର ପଞ୍ଚାୟତ ହଂସୀପାଟଣା ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀ ଅଙ୍ଗନୱାଡି କେନ୍ଦ୍ର ପରିସରରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ କର୍ମୀ ଜଣଙ୍କ ହେଲେ ଗ୍ରାମର ସବିତା ମହାନ୍ତି । ସବିତା ଗତ ୮ ବର୍ଷ ଧରି ସ୍ଥାନୀୟ ହଂସୀପଟଣା ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। ଆଜି ସକାଳେ କେନ୍ଦ୍ରକୁ ଯାଇଥିବା ବେଳେ ଛୁଟି ପରେ ପିଲାମାନଙ୍କୁ ତାଙ୍କ ଘରେ ଛାଡିଥିଲେ। ସେଠାରୁ ଫେରିବା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ।

ପରେ ଅଙ୍ଗନୱାଡି କେନ୍ଦ୍ରରେ ଚାବି ଭିତର ପଟୁ ପଡିଥିବା ଦେଖି ଚାବି ଭାଙ୍ଗିବା ପରେ ସବିତାଙ୍କୁ ଫ୍ୟାନରେ ବେକରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ସବିତାଙ୍କର ୧୭ ବର୍ଷୀୟ ପୁଅ ଗତ ଦୁଇମାସ ତଳେ ବେକରେ ରାଶି ଲଗାଇ ଆତ୍ମହତ୍ୟା କରିଥିବା ବେଳେ ସେବେଠାରୁ ସେ ମାନସିକ ଭାରସାମ୍ୟ ହରାଇ ବସିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଆଜି କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ