Masthead

ମଦ୍ୟପଙ୍କ ଦାଦାଗିରି

ସୋର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଜାମୁଝଡ଼ି ଅଞ୍ଚଳରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ମଦ୍ୟପାନ କରି ୨ଜଣ ଚାଷୀଙ୍କୁ ମାଡ଼ମାରି ଲହୁଲୁହାଣ କରିଛନ୍ତି ୪ ମଦ୍ୟପ । ଆହତ ଦୁହେଁ ହେଲେ ଗଜେନ୍ଦ୍ର ବେହେରା ଓ ପ୍ରହଲ୍ଲାଦ ପାତ୍ର । ସିମୁଳିଆ ପୋଲିସ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି । ମଦ୍ୟପ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି । ମଦ୍ୟପଙ୍କ ମଧ୍ୟରେ ଜଣେ ବ୍ୟାଙ୍କ କର୍ମଚାରୀ ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି ।

ଜାମୁଝଡ଼ି ମଦ କାଉଣ୍ଟର ପରିସରରେ ୪ଜଣ ଯୁବକ ବସି ମଦ ପିଉଥିଲେ । ବିଲକୁ ଯାଉଥିବା ଗଜେନ୍ଦ୍ରଙ୍କ ସହ ମଦ୍ୟପ ଯୁବକଙ୍କ କୌଣସି କାରଣରୁ ଯୁକ୍ତିତର୍କ ହୋଇଥିଲା । ନିଶାରେ ଥିବା ଯୁବକମାନେ ଗଜେନ୍ଦ୍ରଙ୍କୁ ନିର୍ଦ୍ଧୁମ ଛେଚିଥିଲେ । ଗଜେନ୍ଦ୍ରଙ୍କୁ ବଞ୍ଚାଇବାକୁ ଆସିଥିବା ପ୍ରହଲ୍ଲାଦଙ୍କୁ ମଧ୍ୟ ନିଶାସକ୍ତ ଯୁବମାନେ ଆକ୍ରମଣ କରିଥିଲେ । ବାଡ଼ି ଓ ପଥରରେ ଉଭୟଙ୍କୁ ଆକ୍ରମଣ କରି ଲହୁ ଲୁହାଣ କରି ପକାଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମଦ୍ୟପ ଯୁବକଙ୍କୁ ଥାନାକୁ ନେଇଥିଲା । ତେବେ ମଦ କାଉଣ୍ଟର ପରିସରରେ ପିଇବା ଲାଗି ଅନୁମତି ନଥିବାବେଳେ ସେଠାରେ କିଭଳି ପିଉଥିଲେ ତାକୁ ନେଇ ଉଠିଛି ପ୍ରଶ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ