Masthead

ଚୋରି ସାମଗ୍ରୀ ଭାଗବଣ୍ଟା ଚାଲିଥିଲା, ପହଞ୍ଚିଗଲା ପୋଲିସ

ସୋର, (ବଡ଼ ଖବର ବ୍ୟୁରୋ): ଚୋରି ଗହଣା ହେଲା କାଳ। ଚୋରି ଗହଣା ଭାଗବଣ୍ଟା ଛିଣ୍ଡିଲାନି। ଶେଷରେ ମାଡ଼ଗୋଳ ଲାଗି ପୋଲିସ ହାତରେ ଧରାପଡିଲେ ୩ ଚୋର। ସୂଚନା ଅନୁସାରେ ସୋମବାର ବାଲେଶ୍ୱର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ନୂଆହାଟ ଥାନେଶ୍ୱର ଗ୍ରାମର ଜଗବନ୍ଧୁ ବେହେରାଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ଘର ପଛପଟ ଗ୍ରିଲ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଜଗବନ୍ଧୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତ ବେଳେ ଚୋରି ହୋଇଥିବା ଘରଠାରୁ ମାତ୍ର ୧ କିଲୋମିଟର ଦୂରରେ ଥିବା ଏକ ପୋଖରୀ ନିକଟରେ ଚୋରମାନେ ଚୋରି କରିଥିବା ଗହଣାର ଭାଗବଣ୍ଟା ପାଇଁ ଝଗଡ଼ା ଲାଗିଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା। ୩ ଚୋରଙ୍କୁ ଧରିବା ସହ ସେମାନଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ କରିଥିଲା ପୋଲିସ। ପୋଲିସ ହାତରେ ଧରାପଡ଼ିଥିବା ଚୋରମାନେ ହେଲେ ସାଣ୍ଟପଡ଼ା ଗ୍ରାମର ସରୋଜ ପାତ୍ର, ମନୋଜ ପାତ୍ର ଓ ବାଣିସିଆ ଗ୍ରାମର ଗଗନ ଜେନା। ଏମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’