Masthead

ଶିକ୍ଷକଙ୍କୁ ଉଠାଇନେଲା ପୋଲିସ, ଧରଣାରେ ଛାତ୍ରଛାତ୍ରୀ

ସୋର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ସୋର ପୌରାଞ୍ଚଳ ରାଧାନାଥ ଉପ୍ରା ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ମାଆ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରିବା ସହିତ ଅଶ୍ଳୀଳ ଇଙ୍ଗିତ କରିବାରୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଧାରଣାରେ ବସିଥିଲେ। ଘଟଣାସ୍ଥଳରେ ସୋର ପୁଲିସ ପହଂଚିବା ସହିତ ଉକ୍ତ ମହିଳାଙ୍କୁ ଛାଡ଼ିଦେବାରୁ ଧାରଣାରତ ଶିକ୍ଷକ ଶିକ୍ଷୟତ୍ରୀମାନେ ପୁଲିସକୁ ବିରୋଧ କରିଥିଲେ। ଫଳରେ ପୁଲିସ ଧାରଣାରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ କମିଟି ମେମ୍ବର ଓ ବିଇଓ ଅଫିସର ହେଡ କ୍ଲର୍କଙ୍କୁ ଉଠାଇ ନେଇଥିଲା।

ଯାହାକୁ ବିରୋଧ କରି ଆଜି ସକାଳେ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସ୍କୁଲ ଗେଟରେ ତାଲା ପକାଇ ରାସ୍ତା ଉପରେ ବସି ଧାରଣା ଦେବା ସହ ପ୍ରତିବାଦ କରିଥିଲେ। ସ୍କୁଲରୁ ଉକ୍ତ ପିଲାକୁ ଟିସି ଦିଆଯାଉ ନହେଲେ ଆମ ପିଲାଙ୍କୁ ଟିସି ଦିଆଯାଉ ଏବଂ ଆମ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଥାନା କର୍ମଚାରୀଙ୍କୁ ନିଲମ୍ବିତ କରାଯାଉ ବୋଲି ଅଭିଭାବକମାନେ ଦାବି କରିଛନ୍ତି। ପ୍ରଶାସନ ସେମାନଙ୍କ କଥା ନବୁଝିବା ଯାଏଁ ଧାରଣାରୁ ହଟିବେ ନାହିଁ ବୋଲି ପ୍ରକାଶ କରିଛନ୍ତି । ସୋର ନାଗରିକ ମଞ୍ଚ ସମେତ ଅନ୍ୟ ଲୋକମାନେ ଏହାକୁ ସମର୍ଥନ ଜଣାଇଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା