Masthead

ପୁଣି ହେବ ସୌମ୍ୟରଞ୍ଜନ ହତ୍ୟା ମାମଲାର ବିଚାର, ୩ ଅଭିଯୁକ୍ତଙ୍କୁ ସମନ

ପାରଳାଖେମୁଣ୍ଡି(ବଡ଼ ଖବର ବ୍ୟୁରୋ): ପୁଣି ଖୋଲିବ ଏସିଏଫ ସୌମ୍ୟରଞ୍ଜନ ହତ୍ୟା ଫାଇଲ। ପୁଣି ମାମଲାର ବିଚାର ହେବ । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନକୁ ଗ୍ରହଣ କରି ନିଷ୍ପତ୍ତି ଦେଇଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ । ସମସ୍ତ ଅଭିଯୁକ୍ତଙ୍କୁ ସମନ କରାଯାଇଛି । ଏପ୍ରିଲ ୨୭ ତାରିଖରେ ହାଜର ହେବାକୁ କୁହାଯାଇଛି । ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡଯନ୍ତ୍ର ରଚିବାକୁ ନେଇ ବିଚାର କରାଯିବ ।

ସମସ୍ତ ଦସ୍ତାବିଜ ଏବଂ ଆବେଦନକୁ ତର୍ଜମା କରି କୋର୍ଟ ଏହାର ବିଚାର କରିବା ପାଇଁ କହିଛନ୍ତି । ତେବେ ସୂଚନା ଅନୁସାରେ, ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏବଂ ଚିକିତ୍ସିତ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ୨୦୨୧ ଜୁଲାଇରେ ସୌମ୍ୟରଞ୍ଜନ ମହାପାତ୍ରଙ୍କର ମୃତୁ୍ୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି