ଇଂଲଣ୍ଡକୁ ହରାଇ ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ। ମହିଳା ଟି-୨୦ ବିଶ୍ୱକପରେ ଇଂଲଣ୍ଡକୁ ୬ ରନରେ ହରାଇ ଫାଇନାଲରେ ଦକ୍ଷିଣ ଆଫ୍ରିକା । ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି । ଶୁକ୍ରବାର କେପଟାଉନରେ ଖେଳାଯାଇଥିବା ଟି-୨୦ ବିଶ୍ୱକପର ଅଷ୍ଟମ ସଂସ୍କରଣର ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ୬ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ତାଜମିନ ବ୍ରିଟ୍‌ସ ୬୮ ଓ ଲାଉରା ଉଲଭାଡଟ୍‌ଙ୍କ ୫୩ରନ ସହାୟତାରେ ୧୬୪ରନ କରିଥିଲେ।। ଜବାବରେ ଇଂଲଣ୍ଡ ୮ ୱିକେଟରେ ୧୫୮ରନ କରିବାକୁ ସକ୍ଷମ ହୋଇଥିଲା। ଆସନ୍ତାକାଲି ଟାଇଟେଲ ପାଇଁ ଅଷ୍ଟ୍ରେଲିଆକୁ ସାମ୍ନା କରିବ ଘରୋଇ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ