Masthead

ନନ୍ଦ ଉତ୍ସବ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ):ନନ୍ଦ ଉତ୍ସବ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଉଛି । ମଙ୍ଗଳ ଆଳତୀ ସରିବା ପରେ ମହାଜନ ସେବାୟତ ପ୍ରଭୁ ରାମ, କୃଷ୍ଣଙ୍କୁ ଆଣି ଜଗମୋହନ ଦୋଳିରେ ବିଜେ କରିବେ । ଦକ୍ଷିଣ ଘରୁ ମଦନମୋହନ ଆସି ଦୋଳିରେ ବସିବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ । ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ ।

ତେଣୁ ରାମ, କୃଷ୍ଣ ଓ ମଦନମୋହନ ଦୋଳିରୁ ଓହ୍ଲାଇ ଖଟ ଉପରେ ବିଜେ ହେବେ । ଭିତରଛୁ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିଆସି ସ୍ନାନମଣ୍ଡପ ଉପରେ ବସିବେ । ପରେ ଭରତିଆ ଗୌଡ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ