Masthead

ଜନ୍ମାଷ୍ଟମୀ ଅବସରରେ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସଂନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି,ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ।

ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା