Masthead

ମୋ ଭାଇ ମୋ ରକ୍ଷା କବଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା ଅର୍ଥାତ୍ ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସଂପର୍କ ବୋଲି କୁହାଯାଏ । ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିବ ଭଉଣୀ । ଭାରତୀୟ ପରମ୍ପରା ଅନୁସାରେ ଆଜିର ଦିନକୁ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣମୀ ବୋଲି କୁହାଯାଏ । ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି, ଗହ୍ମାପୂର୍ଣ୍ଣମୀ ଓ ଶ୍ରୀସୁଦର୍ଶନ ବିଜେ ନୀତି ଅନୁଷ୍ଠିତ ହେବ । ଦେବୀ ସୁଭଦ୍ରା ଦୁଇ ଭ୍ରାତାଙ୍କୁ ରାକ୍ଷୀ ବାନ୍ଧିବେ । ରତ୍ନସିଂହାସନରେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ୪ଟି ସୁନାପାଟ ଲାଗି ରାଖୀ ଲାଗି ହେବେ । ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କୁ ରାକ୍ଷୀ ପିନ୍ଧାଇଥାଆନ୍ତି ଭଉଣୀ ସୁଭଦ୍ରା । ଏଥିପାଇଁ ପାଟରା ବିଶୋଇ ସେବାୟତଙ୍କ ଦ୍ୱାରା ଚାଲିଛି ପ୍ରଭୁଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତି ।

ସେହିଭଳି ମାର୍କଣ୍ଡ ପରିସରରେ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି ହେବ । ମାଟିରେ ବଳଭଦ୍ରଙ୍କ ମୂର୍ତ୍ତି ତିଆରି ଜାତକର୍ମ ସରିବା ପରେ ଏହି ମୂର୍ତ୍ତିକୁ ଜଳରେ ବିସର୍ଜନ କରାଯିବ । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଚାରି ଆଶ୍ରମକୁ ବିଜେ କରିବେ ଶ୍ରୀସୁଦର୍ଶନ ମହାପ୍ରଭୁ । ଏହି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଇଥାଏ। ରାକ୍ଷୀର କିଛି ଦିନ ପୂର୍ବରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି । ବଜାରରେ ବିଭିନ୍ନ ପ୍ରକାର ରାକ୍ଷୀର ସମ୍ଭାର ନେଇ ଖୋଲେ ଦୋକାନ ମାନ । ଆଉ ଭଳିକି ଭଳି ରାକ୍ଷୀ ହୁଏ ବିକ୍ରି । ଆଉ ଆଜି ଏନେଇ ଉତ୍ସବ ମୁଖର ହୋଇଉଠିଛି ଗାଁରୁ ସହର । ଘରେ ଘରେ ପିଠା ପଣାର ଆସର । ପରିବାର ଭିତରେ ବନ୍ଧୁବାନ୍ଧବଙ୍କ ଗହଣରେ ଏହି ଦିନଟି ବିତିଥାଏ ।

ଆଉ ଭାଇର ଦୀର୍ଘାୟୁ ଏବଂ ସଫଳତା କାମନା କରି ପ୍ରତିଟି ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ । ଆଉ ଭାଇ ତାର ସର୍ବଦା ରକ୍ଷା କବଚ ହେଇ ତା ସହିତ ଜୀବନ ଯୁଦ୍ଧରେ ରହିଥାଉ ବୋଲି ଭଉଣୀ କାମନା କରିଥାଏ । ଏହି ରାକ୍ଷୀ ବନ୍ଧନର ପରମ୍ପରା ବହୁ ପ୍ରାଚୀନ କାଳରୁ ରହିଆସିଛି । ଗହ୍ମା ପୂର୍ଣ୍ଣିମା ଦିନଟି ଭଗବାନ ବଳଭଦ୍ରଙ୍କ ଜନ୍ମତିଥି ଭାବେ ଗ୍ରହଣ କରାଯାଏ । ଏହି ଦିନରେ ଗୋମାତାଙ୍କୁ ମଧ୍ୟ ପୂଜାର୍ଚ୍ଚନା କରାଯାଏ । ଗୋମାତାଙ୍କୁ ମଧ୍ୟ ରାକ୍ଷୀ ବନ୍ଧାଯାଏ । ଶ୍ରୀମନ୍ଦିରରେ ମଧ୍ୟ ରାକ୍ଷୀ ପୂର୍ଣ୍ଣିମା ପର୍ବ ଲାଗି ସ୍ୱତନ୍ତ୍ର ନୀତିକାନ୍ତି ରହିଛି । ଦେବୀ ଶୁଭଦ୍ରା ପ୍ରଭୁ ବଳଭଦ୍ର ଓ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପଟରା ସେବକମାନେ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ କରି ଆଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ