Masthead

ସତ୍ୟବ୍ରତଙ୍କ ତରିକା ଭିନ୍ନ

କାମାକ୍ଷାନଗର, (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ପାଇଁ ଅନେକ ସାମାଜିକ ଅନୁଷ୍ଠାନ, ରାଜନୈତିକ ଦଳ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ ଆଜିପର୍ୟ୍ୟନ୍ତ ସୁଫଳ ମିଳିପାରି ନାହିଁ। ଅନ୍ୟପଟେ ଏକ ନିଆରା ପଦକ୍ଷେପ ଗ୍ରହଣ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଛନ୍ତି ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ସିନ୍ଧୋଲ ଗ୍ରାମର ସତ୍ୟବ୍ରତ ଦାସ। ରାଜ୍ୟର ୩୧୪ ବ୍ଲକକୁ ପଦଯାତ୍ରା କରି ବିଡିଓମାନଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ କରୁଛନ୍ତି ସତ୍ୟବ୍ରତ। ଗତବର୍ଷ ଜୁଲାଇ ୧୦ରୁ ଆଜିପର୍ୟ୍ୟନ୍ତ ୨୫୬ ବ୍ଲକରେ ପହଞ୍ଚି ନିଜର ଦାବି ଜଣାଇଛନ୍ତି ସେ। ବର୍ତ୍ତମାନ ସୁଦ୍ଧା ପାଖାପାଖି ୮ ହଜାରରୁ ଅଧିକ କିଲୋମିଟର ପଦଯାତ୍ରା କରି ଆଜି କାମାକ୍ଷାନଗର ବ୍ଲକ ଅଫିସରେ ପହଞ୍ଚି ସେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ