Masthead

କାଲି ଲଘୁଚାପ, ୨୪ରେ ବର୍ଷା!

ପ୍ରବଳ ବର୍ଷାର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଭିଜାଇବ ଲଘୁଚାପ ବର୍ଷା । ଆସନ୍ତାକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର । ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି ଲେଖିଛନ୍ତି ଏସଆରସି । ପ୍ରବଳ ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ଏଆରସି । ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ରେ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବେ ସମୁଦ୍ର ଅଶାନ୍ତ ରହିବ । ୨୪ ଓ ୨୫ ତାରିଖର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ୨୪ରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କଟକ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ଜଗତ୍‌ସିଂହପୁର, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ଏହି କାରଣରୁ ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବା ସହିତ ଝଟ୍‌କା ପବନର ବେଗ ୬୦କିମି ରହିବା ଆଶଙ୍କା ରହିଛି। ସେହିଭଳି ୨୪ ତାରିଖ ସକାଳୁ ଏହାର ପ୍ରଭାବ ଉତ୍ତର ବଙ୍ଗୋପସାଗରରେ ମଧ୍ୟ ରହିବ। ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦କି.ମି. ଓ ଝଟ୍‌କା ପବନର ବେଗ ୭୦କି.ମି. ରହିବ ବୋଲି ଆକଳନ କରାଯାଇଥିବା ମହାନ୍ତି ସୂଚନା ଦେଇଛନ୍ତି। ସେହିଭଳି ୨୩ ତାରିଖ ସକାଳୁ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଏବଂ ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରକୁ ପ୍ରବେଶ ନ କରିବା ପାଇଁ କୁହାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ତାରିଖ ସୁଦ୍ଧା ଉପକୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ