Masthead

ଶ୍ରୀଲଙ୍କା ଟିମକୁ ଶକ୍ତ ଝଟକା, ଆଇସିସି ସଦସ୍ୟତାରୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶ୍ରୀଲଙ୍କା ହରାଇଲା ଆଇସିସି ସଦସ୍ୟତା। ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବନ କଲା ଆଇସିସି। ଶ୍ରୀଲଙ୍କା ସରକାରଙ୍କ ହସ୍ତକ୍ଷେପ ଯୋଗୁଁ ଆଇସିସିର ପଦକ୍ଷେପ। ଆଇସିସି ବୋର୍ଡ ପକ୍ଷରୁ ଶୁକ୍ରବାର ବିସିଥିବା ଜରୁରୀକାଳିନ ବୈଠକରେ ଶ୍ରୀଲଙ୍କା କ୍ରିକେଟର ସଦସ୍ୟତା ପଦକୁ ରଦ୍ଦ କରିବାକୁ ନିଷ୍ପତ୍ତି ହୋଇଛି। କ୍ରିକେଟ ବୋର୍ଡ ଏକ ସ୍ବୟଂଶାସିତ ସଂସ୍ଥା। ଆଇସିସିର ସ୍ଥାୟୀ ସଦସ୍ୟ ଭାବେ ସବୁ ପ୍ରକାରର ନିୟମ ଉଲ୍ଲଙ୍ଘନ କରିଛି ଶ୍ରୀଲଙ୍କା କ୍ରିକେଟ ବୋର୍ଡ। କାରଣ କ୍ରିକେଟ ବୋର୍ଡରେ ସରକାର କୌଣସି ହସ୍ତକ୍ଷେପ କରିପାରିବେ ନାହିଁ। ଆଇସିସିର ଏହି ପଦକ୍ଷେପ ଶ୍ରୀଲଙ୍କା ଟିମକୁ ବଡ଼ ଝଟକା ଦେଇଛି ।

ବିଶ୍ୱକପରେ ଶ୍ରୀଲଙ୍କା ଦଳର ପ୍ରଦର୍ଶନ ଖରାପ ରହିଛି । ଚଳିତ ବିଶ୍ୱକପରେ ୯ ମ୍ୟାଚ୍ ମଧ୍ୟରୁ କେବଳ ଦୁଇଟି ଜିତିପାରିଛି ଦଳ। ଏପରିକି ଆଫଗାନିସ୍ତାନଠାରୁ ବି ଦଳ ହାରିଯାଇଥିବାରୁ ଦେଶରେ ଅସନ୍ତୋଷ ବଢିବା ପରେ ଶ୍ରୀଲଙ୍କା ସରକାର ପୂରା ବୋର୍ଡକୁ ବହିଷ୍କାର କରିଥିଲେ । ଏହାପରେ ଶ୍ରୀଲଙ୍କା ରାଷ୍ଟ୍ରପତି ତାଙ୍କ ତରଫରୁ ତଦନ୍ତ ପାଇଁ ଏକ କମିଟି ମଧ୍ୟ ଗଠନ କରିଥିଲେ । କିନ୍ତୁ ସରକାରଙ୍କ ଏପରି କାର୍ଯ୍ୟ ବୋର୍ଡର କାର୍ଯ୍ୟରେ ହସ୍ତକ୍ଷେପ ବୋଲି ଆଇସିସି ବିବେଚନା କରିଛି । ଏହି କାରଣରୁ ଶ୍ରୀଲଙ୍କା ବୋର୍ଡକୁ ଆଇସିସି ସଦସ୍ୟତାରୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ