Masthead

ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅଶୋକାଷ୍ଟାମୀ। ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ନିର୍ଦ୍ଧାରିତ ନୀତି ଅନୁଯାୟୀ ମନ୍ଦିର ଦ୍ବାର ଖୋଲା, ମଙ୍ଗଳ ଆଳତି ଓ ଅବକାଶ ପରେ ସାହାଣ ମେଲା ଦର୍ଶନ କରାଯିବ। ଅପରାହ୍ନ ୩ଟା ୩୦ରେ ରଥଟଣା କାର୍ଯ୍ୟ ଆରମ୍ଭ ହେବ । ଏନେଇ କମିଶନରେଟ ପୋଲିସ୍ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି ସରିଛି । ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ଗଠନ କରାଯାଇଛି । ରଥରୋଡ଼ରେ କୌଣସି ଗାଡ଼ି ଯାଇପାରିବନି, ଏହାସହ ମାଉସୀମା’ ଛକରୁ ଗାଡ଼ିକୁ ଡାଇଭର୍ଟ କରାଯିବ ।

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁତୟନ ହେବେ ୧୨ ପ୍ଲାଟୁନ ଫୋର୍ସ, ୨ ଜଣ ଅତିରିକ୍ତ ଡିସିପି, ୬ ଜଣ ଏସପି, ୧୫ ଜଣ ଇନିସପେକ୍ଟର । ଏହାସହ ୫୦ରୁ ଅଧିକ ସବଇନିସପେକ୍ଟର ଓ ଏଏସଆଇ ଏବଂ ଟ୍ରାଫିକ୍ ଅଧିକାରୀ ନିୟୋଜିତ ରହିବେ । ଏହାସହ ଶହେରୁ ଅଧିକ କନେଷ୍ଟବଳ, ହାବିଲଦାର ଓ ହୋମଗାର୍ଡ଼ ସୁରକ୍ଷା ଦାୟିତ୍ୱରେ ରହିବେ । ଖରାକୁ ଦୃଷ୍ଟିରେ ରଖି ପାଣି ସିଞ୍ଚନ ଏବଂ ଆମ୍ବୁଲାନ୍ସ , ଫାଷ୍ଟଏଡର ବ୍ୟବସ୍ଥା କରାଯାଇଛି। ଲୁଟେରାଙ୍କ ଉପରେ ନଜର ରଖିବେ ସାଧା ପୋଷାକଧାରୀ ପୋଲିସ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା