Masthead

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ କାଳୀୟ ଦଳନ ବେଶ ଓ ଧେନୁକାସୁର ବଧ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା ଓ ବକାସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ ।

କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ