Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ