Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ