Masthead

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ। ଶ୍ରୀମନ୍ଦିର କାର୍ୟ୍ୟାଳୟ ପରିସରରେ ଦିନ ୧୧ ଟାରେ କମିଟିର ଅଧକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ମୋଡାଲିଟି ପ୍ରସ୍ତୁତ କରାଯିବ । ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ। ଏତେ କମ୍ ଦିନରେ ଗଣତି ମଣତି ଓ ମରାମତି କରାଯିବା ଅସମ୍ଭବ।

ତେଣୁ ସେ ସମୟରେ ନୀତି କାନ୍ତି କିଭଳି ସମନ୍ୱୟ ରଖି କରାଯିବ ଏବଂ ଗଣତି ମଣତି କରାଯିବ ତା ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଜେଡି ସରକାର ଅମଳରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ