ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। । ଏଥିନିମନ୍ତେ ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ପାଖାପାଖି ୫ଟାରୁ ବନକଲାଗି ଆରମ୍ଭ ହେବ। ଏହା ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିରରେ ଦୂତୀୟଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପୂର୍ଣ୍ଣ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି । ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଏବେ କାର୍ତ୍ତିକ ମାସ ଚାଲୁଥିବା ବେଳେ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’