Masthead

ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। । ଏଥିନିମନ୍ତେ ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ପାଖାପାଖି ୫ଟାରୁ ବନକଲାଗି ଆରମ୍ଭ ହେବ। ଏହା ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିରରେ ଦୂତୀୟଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପୂର୍ଣ୍ଣ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି । ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଏବେ କାର୍ତ୍ତିକ ମାସ ଚାଲୁଥିବା ବେଳେ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ