Masthead

ଭକ୍ତିମୟ ଶ୍ରୀକ୍ଷେତ୍ର …ସବୁଠି ଜୟ ଜଗନ୍ନାଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ପରେ ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି । ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଅପରାହ୍ନରେ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ବରେଣ୍ୟ ବ୍ରାହ୍ମଣ ମାନଙ୍କ ଦ୍ୱାରା ପଞ୍ଚ କସାୟନରେ ପରିକ୍ରମା ପ୍ରକଳ୍ପ ଫଳକ ଏବଂ ପଥକୁ ଶୋଧ କରାଯାଇଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅନ୍ୟପଟେ ସମୁଦ୍ର ବେଳାଭୂମିରେ ଏହି ଆକର୍ଷଣୀୟ ବାଲୁକା କଳା କରିଛନ୍ତି ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଥିବାବେଳେ ତା ପୂର୍ବରୁ ସୁଦର୍ଶନଙ୍କ ବାଲୁକା କଳା ଦେଖିବାକୁ ବେଳାଭୂମିରେ ଭିଡ଼ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ