Masthead

ଭକ୍ତିମୟ ଶ୍ରୀକ୍ଷେତ୍ର …ସବୁଠି ଜୟ ଜଗନ୍ନାଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ପରେ ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି । ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଅପରାହ୍ନରେ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ବରେଣ୍ୟ ବ୍ରାହ୍ମଣ ମାନଙ୍କ ଦ୍ୱାରା ପଞ୍ଚ କସାୟନରେ ପରିକ୍ରମା ପ୍ରକଳ୍ପ ଫଳକ ଏବଂ ପଥକୁ ଶୋଧ କରାଯାଇଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅନ୍ୟପଟେ ସମୁଦ୍ର ବେଳାଭୂମିରେ ଏହି ଆକର୍ଷଣୀୟ ବାଲୁକା କଳା କରିଛନ୍ତି ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଥିବାବେଳେ ତା ପୂର୍ବରୁ ସୁଦର୍ଶନଙ୍କ ବାଲୁକା କଳା ଦେଖିବାକୁ ବେଳାଭୂମିରେ ଭିଡ଼ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା