Masthead

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର; ସ୍ଥାନାନ୍ତର ହେବ ଖାଲି ଆଲମିରା, ସିନ୍ଦୁକ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ସ୍ଥାନାନ୍ତର ହେବ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମ୍‌କୁ ସ୍ଥାନାନ୍ତର କରାଯିବ। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖୋଲିବ ରତ୍ନଭଣ୍ଡାର । ଦିନ ୧ଟାରୁ ଆରମ୍ଭ ହେବ ସ୍ଥାନାନ୍ତରଣ ପ୍ରକ୍ରିୟା । ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।

ସୂଚନା ଅନୁସାରେ, ଜୁଲାଇ ୧୪ ଓ ୧୮ ତାରିଖ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀ ସ୍ଥାନାନ୍ତର ହୋଇଥିଲା। ଏହା ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌ରେ ରହିଛି । ପୁରୁଣା ସିନ୍ଦୁକ, ଆଲମିରା ଓ ବାକ୍ସରୁ ରତ୍ନଅଳଙ୍କାର ବାହାର କରାଯାଇ ନୂଆ ସିନ୍ଦୁକ, ଆଲମିରା ଓ ବାକ୍ସରେ ରଖାଯାଇଛି । ଏହି ପୁରୁଣା ସିନ୍ଦୁକ, ଆଲମିରା ଓ ବାକ୍ସକୁ ସ୍ଥାନାନ୍ତର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ