Masthead

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର; ସ୍ଥାନାନ୍ତର ହେବ ଖାଲି ଆଲମିରା, ସିନ୍ଦୁକ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ସ୍ଥାନାନ୍ତର ହେବ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମ୍‌କୁ ସ୍ଥାନାନ୍ତର କରାଯିବ। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖୋଲିବ ରତ୍ନଭଣ୍ଡାର । ଦିନ ୧ଟାରୁ ଆରମ୍ଭ ହେବ ସ୍ଥାନାନ୍ତରଣ ପ୍ରକ୍ରିୟା । ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।

ସୂଚନା ଅନୁସାରେ, ଜୁଲାଇ ୧୪ ଓ ୧୮ ତାରିଖ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀ ସ୍ଥାନାନ୍ତର ହୋଇଥିଲା। ଏହା ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌ରେ ରହିଛି । ପୁରୁଣା ସିନ୍ଦୁକ, ଆଲମିରା ଓ ବାକ୍ସରୁ ରତ୍ନଅଳଙ୍କାର ବାହାର କରାଯାଇ ନୂଆ ସିନ୍ଦୁକ, ଆଲମିରା ଓ ବାକ୍ସରେ ରଖାଯାଇଛି । ଏହି ପୁରୁଣା ସିନ୍ଦୁକ, ଆଲମିରା ଓ ବାକ୍ସକୁ ସ୍ଥାନାନ୍ତର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ