Masthead

ସିଦ୍ଧାନ୍ତ ମହାପାତ୍ରଙ୍କୁ ଏସଟିଏର ପ୍ରଶଂସା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଦିଲ ଜିତିଲେ ମୁନ୍ନା ଭାଇ । ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ଏସଟିଏର ପ୍ରଶଂସା । ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କୁ ତାରିଫ କରାଯାଇଛି । ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ ବୋଲି ଟ୍ୱିଟ୍‌ କରିଛି ଏସଟିଏ । ଖାଲି ରିଲ୍ ନୁହଁ ରିଅଲରେ ବି ସେ ହିରୋ ।  ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କଲେ ସିଦ୍ଧାନ୍ତ ।

ଖାଲି ସେତିକି ନୁହଁ ତାଙ୍କ ପାଖରେ ରହି ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ବୁଝିଲେ। ଯାହାର ଖବର ଭାଇରାଲ ହେବା ପରେ ତାଙ୍କୁ ସବୁଆଡୁ ପ୍ରଶଂସାର ସୁଅ ଛୁଟିଛି ।  ସୂଚନା ଅନୁସାରେ, ଗତକାଲି ଭୁବନେଶ୍ୱର ପାହାଳ ନିକଟରେ ଏକ ସଡ଼କ ଦୁର୍ଘଟଣା ହୋଇଥିଲା । ଯେଉଁଥିଲେ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିଲେ। ଜାତୀୟ ରାଜପଥରେ ପଡ଼ି ଛଟପଟ ହେଉଥିବା ବେଳେ ରାସ୍ତାର ଅପର ପାର୍ଶ୍ୱରେ ଆରପଟେ ଯାଉଥିବା ସିଦ୍ଧାନ୍ତ ଅଟକି ଯାଇଥିଲେ। ତୁରନ୍ତ ଆହତ ବ୍ୟକ୍ତିଙ୍କ ପାଖରେ ପହଞ୍ଚି ଆମ୍ବୁଲାନ୍ସ ଡକାଇଥିଲେ।

ଏହାପରେ ଘରୋଇ ହସ୍ପିଟାଲରେ ଆଡମିଟ୍ କରାଇବା ପରେ ତାଙ୍କ ପାଖରେ ହିଁ ରହିଥିଲେ। ଆହତଙ୍କ ସମ୍ପର୍କୀୟ ମେଡିକାଲରେ ପହଞ୍ଚିବା ପର୍ଯ୍ୟନ୍ତ ସିଦ୍ଧାନ୍ତ ସେମିତି ତାଙ୍କ ପାଖରେ ରହି ସବୁ ପରିସ୍ଥିତି ବୁଝିଥିଲେ। ପରେ ଆହତଙ୍କ ସମ୍ପର୍କୀୟଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା