Masthead

ରାଜନୈତିକ ଶତ୍ରୁତାରୁ ଛୁରାମାଡ଼, ଜଣେ ମୃତ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ରାଜନୈତିକ ଶତ୍ରୁତାକୁ ନେଇ ଛୁରାମାଡ଼ । ଜଣେ ମୃତ ଅନ୍ୟଜଣେ ଗୁରୁତର । ଏଭଳି ଅଭବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଆଳି ଥାନା ସହିରା ଗାଁରେ । ଗତକାଲି ସହିରା ଗାଁରେ ଭାଗବତ ସପ୍ତାହ ଶେଷ ଦିନ ଭୋଜି ଖାଇବାକୁ ଯାଇଥିଲେ ଅମୀୟ ପାତ୍ର ଓ ତାଙ୍କର ଜଣେ ସମ୍ପର୍କୀୟ ସଞ୍ଜୟ । ଭୋଜି ଖାଇବା ସମୟରେ ସେହି ଗାଁର ରଶ୍ମି ରଞ୍ଜନ ରାଉଳ ନାମକ ଯୁବକ ହଠାତ ଗାଳି ଗୁଲଜ କରିଥିଲା ।

ଯାହାର ପ୍ରତିବାଦ କରିଥିଲେ ଅମୀୟ । ପରେ ଉଭୟଙ୍କ ମଧ୍ୟରେ ପ୍ରଥମେ ଧସ୍ତାଧସ୍ତି ହୋଇଥିଲା । ରଶ୍ମି ରଞ୍ଜନ ନିଜ ପାଖରେ ରଖିଥିବା ଭୁଜାଲିରେ ଅମୀୟଙ୍କୁ ଆକ୍ରମଣ କରିଥିଲେ । ଅମୀୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅମୀୟଙ୍କୁ ବଞ୍ଚାଇବାକୁ ଯାଇ ସଞ୍ଜୟ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ । ତେବେ ଏହି ଘଟଣା ପରେ ସହିରା ଗାଁରେ ଉତ୍ତେଜନା ଲାଗି ରହିଛି । ଗାଁରେ ବ୍ୟାପକ ପୋଲିସ ମୁତୟନ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ