Masthead

ଅଧପନ୍ତରିଆ ଅବସ୍ଥାରେ ଷ୍ଟାଫ କ୍ୱାର୍ଟର୍ସ

ଚନ୍ଦ୍ରପୁର, (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମାରେ ଥିବା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ଷ୍ଟାଫ କ୍ୱାର୍ଟର୍ସ ନିମନ୍ତେ ୩ରୁ ୪ ବର୍ଷ ପୂର୍ବେ କାର୍ୟ୍ୟ ଆରମ୍ଭ ହୋଇଥିଲା। କିଛିଦିନ କାମ ଜୋରସୋରରେ ଚାଲିଥିଲା। ହେଲେ ତା’ପରେ ସବୁ ଠପ୍। କାମ ଆଉ ଆଗେଇବାର ନାଁ ନେଉନାହିଁ। ଠିକାଦାରଙ୍କ ଦେଖା ମିଳୁନାହିଁ। କ’ଣ ପାଇଁ କାମ ବନ୍ଦ ହେଲା ତାହା ମଧ୍ୟ କାହାକୁ ଜଣା ନାହିଁ। ଲୋକେ କହୁଛନ୍ତି, କାମ ନ କରି ସବୁ ଟଙ୍କା ଚଳୁ ହୋଇଯାଇଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ପ୍ରଧାନ ଶିକ୍ଷକ ବୁଦ୍ଧଦେବ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି ଦୀର୍ଘ ୩/୪ ବର୍ଷ ପୂର୍ବେ କାମ ଆରମ୍ଭ ହୋଇଥିଲା, କାମ ଏପର୍ୟ୍ୟନ୍ତ ସରିନାହିଁ। କ’ଣ ପାଇଁ କାମ ବନ୍ଦ ଅଛି ସେ ମଧ୍ୟ ଜାଣି ନ ଥିବା କହିଛନ୍ତି। ଏହି ବିଷୟରେ ଗୁଣୁପୁର ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗୋରାଚାନ୍ଦ ଗମାଙ୍ଗଙ୍କୁ ପଚାରିବାରୁ ଯଥା ଶୀଘ୍ର କାମ ସାରିବା ନିମନ୍ତେ ଠିକାଦାରଙ୍କୁ କହିଛନ୍ତି ବୋଲି ପ୍ରକାଶ କରିଛନ୍ତି। ଏହା ମଧ୍ୟରେ ଅନେକ ଦିନ ଗଡ଼ିଗଲାଣି, କାମ ଆରମ୍ଭର ନାଁ ନେଉନାହିଁ। କାମ ଦାୟିତ୍ୱରେ ଥିବା ଆଇଟିଡିଏ କନିଷ୍ଠଯନ୍ତ୍ରୀଙ୍କୁ ଫୋନରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ