Masthead

ଦିଲ୍ଲୀର କାଲକାଜୀ ମନ୍ଦିରରେ ମଞ୍ଚ ଭୁଶୁଡ଼ି ମହିଳା ମୃତ, ୧୭ ଆହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର କାଲକାଜୀ ମନ୍ଦିର କାର୍ଯ୍ୟକ୍ରମ ପାଇଁ ଆୟୋଜନ ବେଳେ ଅଘଟଣ । ମଞ୍ଚ ଭୁଶୁଡ଼ି ଜଣେ ମହିଳା ମୃତ, ୧୭ ଆହତ । କାଲକାଜୀ ମନ୍ଦିରରେ ଚାଲିଥିଲା ଭଜନ କୀର୍ତ୍ତନର ଆସର । ଭକ୍ତି ରସରେ ଭୁଜୁଥିଲେ ଭକ୍ତ । ହେଲେ କେହି କିଛି ଜାଣିବା ଆଗକୁ ହଠାତ୍‌ ଭୁଶୁଡି ପଡିଥିଲା ମଞ୍ଚ । ଘଟଣାସ୍ଥଳରେ ଭଙ୍ଗା ମଞ୍ଚ ତଳେ ଚାପି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକ ଜଣଙ୍କ ଜଣେ ମହିଳା ହୋଇଥିଲା ଜଣାପଡିଛି । କିନ୍ତୁ ତାଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କରାଯାଇନାହିଁ ।

ଶନିବାର ବିଳମ୍ବିତ ରାତିରେ ଏପରି ଅଘଟଣ ଘଟିଥିଲା ।ଜାଗରଣ ଆୟୋଜକଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି ପୋଲିସ । ପୋଲିସର ସୂଚନା ଅନୁଯାୟୀ, କାର୍ଯ୍ୟକ୍ରମ ଆୟୋଜନ କରିବାକୁ କୌଣସି ଅନୁମତି ଦିଆଯାଇନଥିଲା । ସୁରକ୍ଷା ଦୃଷ୍ଟିରୁ ଘଟଣାସ୍ଥଳରେ ପୋଲିସ କର୍ମୀଙ୍କୁ ନିୟୋଜିତ କରାଯାଇଥିଲା । ସେଠାରେ ପ୍ରାୟ ୧୫୦୦-୧୬୦୦ ଲୋକ ଏକାଠି ହୋଇଥିଲେ । ମଞ୍ଚ ଭୁଶୁଡିବା ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ