ମହାକୁମ୍ଭରେ ବଡ଼ ଅଘଟଣ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପ୍ରୟାଗରାଜ ମହାକୁମ୍ଭରେ ବଡ଼ ଅଘଟଣ । ତ୍ରିବେଣୀ ସଙ୍ଗମରେ ବୁଡ ପକାଇବା ବେଳେ ଦଳାଚକଟା । ଦଳାଚକଟାରେ ୫୦ ଜଣ ଆହତ ହୋଇଥିବାବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ହେଉଛି । ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ଦଳାଚକଟା ହୋଇଥିଲା । ମୌନୀ ଅମାବାସ୍ୟା ପାଇଁ ଜମିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼ । ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।

ଅବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପବିତ୍ର ମୌନୀ ଅମାବାସ୍ୟା ପାଇଁ ତୀର୍ଥରାଜ ପ୍ରୟାଗରାଜ ମହାକୁମ୍ଭରେ ୨ୟ ଅମୃତ ସ୍ନାନ ହେବାର ଥିଲା । ଏହି ଅବସରରେ ସଙ୍ଗମ ଘାଟରେ ଅମୃତ ସ୍ନାନ କରିବାକୁ କୋଟି କୋଟି ଶ୍ରଦ୍ଧାଳୁଙ୍କର ସମାଗମ ଥିଲା । ପ୍ରାୟ ୧୦ କୋଟି ଶ୍ରଦ୍ଧାଳୁଙ୍କ ସମାଗମ ହେବା ଆକଳନ କରାଯାଉଥିଲା । ଅମୃତ ସ୍ନାନ ପାଇଁ ଜମିଥିବା ପ୍ରବଳ ଭିଡ ଯୋଗୁଁ ବଡ ଅଘଟଣ ଘଟିଛି । ଦଳାଚକଟାରେ ୧୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି ।

ସମସ୍ତ ଆହତଙ୍କୁ ମେଳା ପରିସରରେ ଥିବ ସେକ୍ଟର ୨ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଘଣ୍ଟାଏ ମଧ୍ୟରେ ଯୋଗୀ ଆଦିତ୍ୟନାଥଙ୍କ ସହିତ ୨ ଥର କଥା ହୋଇଛନ୍ତି । ମନିଟରିଂ କରିବା ସହ ସ୍ଥିତିକୁ ସମ୍ପର୍କରେ ପଚାରି ବୁଝୁଛନ୍ତି ପ୍ରଧାନମନ୍ତ୍ରୀ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ସ୍ଥିତି ସମ୍ପର୍କରେ କଥା ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ