Masthead

ସରକାର ଗଢ଼ିବାକୁ ବିଜେପିର ରଣନୀତି, ପଞ୍ଚାୟତସ୍ତରରୁ ହେବ ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ କୋର କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ରୋଡ ମ୍ୟାପ ପ୍ରସ୍ତୁତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ବର୍ଷର କାର୍ଯ୍ୟକାଳର ଉପଲବ୍ଧି ଲୋକଙ୍କ ପାଖରେ କେମିତି ସଫଳ ଭାବେ ପଂହଚିବ, ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମକୁ କେମିତି ସଫଳ କରାଯିବ ସେନେଇ ବିସ୍ତୃତ ଆଲୋଚନା ହୋଇଥିଲା । ମୋଦି ସରକାରଙ୍କ ଗତ ୯ ବର୍ଷ ଶାସନ କାଳରେ ଓଡିଶାକୁ ୧୮ ଲକ୍ଷ ୮୩ ହଜାର କୋଟି ଟଙ୍କାର ଆର୍ଥୀକ ଅନୁଦାନ ଓ ସହାୟତା ଆସିଛି ।

କିନ୍ତୁ, ରାଜ୍ୟରେ ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର କାରଣରୁ ବାଟମାରଣା ହୋଇଥିବା ଏହି ବ୍ୟାପକ ଅର୍ଥ ବିକାଶ କାର୍ଯ୍ୟରେ ବ୍ୟବହାର ହୋଇପାରିନଥିବା ଅଭିଯୋଗ କରିଛି ବିଜେପି । ଏଥିସହ ରାଜ୍ୟରେ ବୃଦ୍ଧି ପାଇଥିବା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ ସହିତ, ରାଜ୍ୟ ସରକାରଙ୍କ ସ୍ଥାଣୁତା ଓ ଅପାରଗତା ବିରୁଦ୍ଧରେ ପଂଚାୟତସ୍ତରରୁ ରାଜ୍ୟ ପର୍ଯ୍ୟନ୍ତ ବ୍ୟାପକ ଆନ୍ଦୋଳନ ହେବ ବୋଲି କହିଛନ୍ତି ବିଜେପି ସଭାପତି ମନମୋହନ ସାମଲ ।

ସଭାରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ସହପ୍ରଭାରୀ ବିଜୟ ପାଲ ସିଂ ତୋମାର, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ଡ. ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେ.ଭି.ସିଂହଦେଓ, ପୂର୍ବତନ ଉପସଭାନେତ୍ରୀ ସୁରମା ପାଢ଼ୀ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ମାନସ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି