Masthead

ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସିଏମ୍ କିଷାନ ଯୋଜନା । ରବିବାର ସିଏମ୍ କିଷାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମ୍ବଲପୁରରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଚାଷୀ ଭାଇଭଉଣୀମାନଙ୍କୁ ସିଏମ୍ କିଷାନ୍ ଅର୍ଥରାଶି ପ୍ରଦାନ କରିବେ । ଏଥିପାଇଁ କୃଷି ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ।ପୂର୍ବତନ ରାଜ୍ୟ ସରକାରଙ୍କ କାଳିଆ ଯୋଜନାର ନାମ ପରିବର୍ତ୍ତନ ହୋଇ ବର୍ତ୍ତମାନ ସିଏମ୍ କିଷାନ ଯୋଜନା ହୋଇଛି ।

ଖରିଫ୍ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀ (କ୍ଷୁଦ୍ର ନାମମାତ୍ର ଚାଷୀ)ମାନେ ଡିବିଟି ମାଧ୍ୟମରେ ବର୍ଷକୁ ଦୁଇଟି କିସ୍ତିରେ ମୋଟ ୪ହଜାର ଟଙ୍କା ଆର୍ଥିକ ସହାୟତା ପାଇବେ । ପ୍ରଥମ ୨ହଜାର ନୂଆଁଖାଇ ଓ ଅବଶିଷ୍ଟ ଅର୍ଥରାଶି ଅକ୍ଷୟ ତୃତୀୟାରେ ମିଳିବ । ଭୂମିହୀନ କୃଷକ ପରିବାରଙ୍କ ପାଇଁ ବର୍ଷକୁ ୧୨୫୦୦ ଟଙ୍କାର ଆର୍ଥିକ ସହାୟତା ବ୍ୟବସ୍ଥା ରହିଛି । ବର୍ଷକୁ ତିନୋଟି କିସ୍ତିରେ ସେମାନେ ଏହି ଅର୍ଥରାଶି ପାଇବେ । ସେହିପରି ସିଏମ୍ କିଷାନ ପୋର୍ଟାଲରେ ଚାଷୀମାନେ ଏବିଷୟରେ ସମସ୍ତ ତଥ୍ୟ ପାଇବା ସହ ପଞ୍ଜୀକରଣ ମଧ୍ୟ କରାଇପାରିବେ । ଏଥିସହ ସରକାରଙ୍କ ପକ୍ଷରୁ କୃଷି ସମୃଦ୍ଧି ହେଲ୍ପଲାଇନ୍ ନମ୍ବର ୧୫୫୩୩୩ ମଧ୍ୟ ଜାରି କରାଯାଇଛି । ସିଏମ୍ କିଷାନ ଯୋଜନା ନେଇ ଯେକୌଣସି ଦ୍ୱନ୍ଦ୍ୱ କିମ୍ବା ପ୍ରଶ୍ନ ରହିଥିଲେ ଏହି ନମ୍ବରରେ ଯୋଗାଯୋଗ କରିହେବ । ଯେଉଁ ଚାଷୀମାନେ ପିଏମ୍ କିଷାନ ସମ୍ମାନ ନିଧି ସହାୟତା ପାଉଛନ୍ତି ସେମାନେ ଯୋଜନାରୁ ବାଦ୍ ପଡ଼ିବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ