ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ରାଜ୍ୟ ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟ ନେତାଙ୍କ ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା, ଆଇନ-ଶୃଙ୍ଖଳା ବ୍ୟବସ୍ଥା, ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଏବଂ ଓଡ଼ିଶାର ସାମଗ୍ରିକ ବିକାଶ ନେଇ ସକାରାତ୍ମକ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟର ସମନ୍ୱିତ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଉଭୟ ସରକାର ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗୃହମନ୍ତ୍ରୀଙ୍କ ସହ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ନୂତନ ରେଳ ଲାଇନ୍ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ନେଇ ସକରାତ୍ମକ ଆଲୋଚନା ହୋଇଥିବା ସୂଚନା ମିଳିଛି। କେନ୍ଦ୍ର ସରକାରଙ୍କ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ନିରନ୍ତର ଆଗେଇ ଚାଲିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ