Masthead

ବଢ଼ିବନି ମୂର୍ତ୍ତି ଉଚ୍ଚତା: ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ମୂର୍ତ୍ତି ଉଚ୍ଚତା ଆବେଦନ ଖାରଜ । ଆବେଦନ ଖାରଜ କଲେ ହାଇକୋର୍ଟ ।ବାଲୁବଜାର ପୂଜା କମିଟର ଆବେଦନ ଖାରଜ । ମୂର୍ତ୍ତି ଉଚ୍ଚତା ସହ ପୂଜାର ସଂପର୍କ ନାହିଁ ବୋଲି କହିଲେ କୋର୍ଟ । ମହାମାରୀ ବେଳେ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ନିଷ୍ପତ୍ତିରେ ହାଇକୋର୍ଟ ହସ୍ତକ୍ଷେପ କରିବନି । କେବଳ ଗୋଟିଏ ପୂଜା ମଣ୍ଡପକୁ ଅନୁମତି ଦେଇ ହେବନାହିଁ ବୋଲି ହାଇକୋର୍ଟ କହିଛନ୍ତି ।

ଗତବର୍ଷ ଏକ ମାସ ଆଗରୁ ମୂର୍ତ୍ତି ନିର୍ମାଣ ହୋଇସାରିଥିଲା । ତେଣୁ ୯ ପୂଜା ମଣ୍ଡପରେ ମୂର୍ତ୍ତି ବଡ଼ କରିବା ଲାଗି ଅନୁମତି ଦିଆଯାଇଥିଲା । ଚଳିତ ବର୍ଷ ସେଭଳି ଅବସ୍ଥା ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ବାଲୁ ବଜାର ପୂଜା କମିଟି ପକ୍ଷରୁ ଏସଆରସିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମାମଲା ଦାୟର ହୋଇଥିଲା ଏବଂ ପୂର୍ବବତ୍ ମୂର୍ତ୍ତି ନିର୍ମାଣ ପାଇଁ ଅନୁମତି ଦେବାକୁ ପ୍ରାର୍ଥନା କରାଯାଇଥିଲା । ବାଲୁ ବଜାର ପୂଜା କମିଟି ତରଫରୁ ଦାୟର ହୋଇଥିବା ପିଟିସନରେ ଗତ ଅଗଷ୍ଟ ୯ ତାରିଖରେ ଏସଆରସି ଜାରି କରିଥିବା ବିଜ୍ଞପ୍ତିର କ୍ଲଜ୍ ୪କୁ ମୁଖ୍ୟତଃ ଚ୍ୟାଲେଞ୍ଜ କରାଯାଇଥିଲା ।

ଗୁରୁବାର ମାମଲାର ଶୁଣାଣି କରି ରାୟ ସ୍ଥଗିତ ରଖିଥିଲେ । ଗତବର୍ଷ ମଧ୍ୟ ହାଇକୋର୍ଟରେ ମାମଲା ଦାୟର କରିଥିଲା ବାଲୁ ବଜାର ଦୁର୍ଗା ପୂଜା କମିଟି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଗତବର୍ଷ ୭ଟି କମିଟି ଉଚ୍ଚ ମୂର୍ତ୍ତି କରିଥିବା ବେଳେ ଅନ୍ୟ କମିଟି ୪ ଫୁଟର ମୂର୍ତ୍ତି ନିର୍ମାଣ କରି ପୂଜା କରିଥିଲେ । ଅଗଷ୍ଟ ୯ ତାରିଖରେ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ଦ୍ଵାରା ଜାରି ଅନ୍ୟ ସମସ୍ତ ଗାଇଡ଼ଲାଇନକୁ ମାନି ପୂଜା କରିବାରେ କୌଣସି ସମସ୍ୟା ନଥିବା ବାଲୁ ବଜାର ଦୁର୍ଗାପୂଜା କମିଟି ପକ୍ଷରୁ ହାଇକୋର୍ଟରେ ଦର୍ଶାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ