Masthead

ହଟିଲା ନବକୃଷ୍ଣ ଚୌଧୁରୀଙ୍କ ମୂର୍ତ୍ତି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତୃଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ନେଇ ବିବାଦ ତେଜିବାରେ ଲାଗିଛି । ଏବେ ସେହି ସ୍ଥାନରୁ କଟର ଲଗାଯାଇ ମୂର୍ତ୍ତିକୁ ହଟାଯାଇଛି । ଅନୁଗୁଳ ପ୍ରଶାସନ ଗୋଟିଏ ଭୁଲକୁ ଲୁଚାଇବାକୁ ଯାଇ ଏକାଧିକ ଭୁଲ କରିଚାଲିଛି । ଚାରିଆଡୁ ନିନ୍ଦା ଓ ସମାଲୋଚନା ପରେ ପୌରପାଳିକା ପୋଷାକ ପରିଧାନରେ ପରିବର୍ତ୍ତନ କରିଥିଲା । ଦୋଷ ଘୋଡାଇ ବାକୁ ଯାଇ ନବବାବୁଙ୍କ ପ୍ରତିମୂର୍ତ୍ତିରେ ପ୍ୟାଣ୍ଟ ଉପରେ ଧୋତି ପିନ୍ଧାଇ ଥିବା ବେଳେ ଧୋତି ପିନ୍ଧା ଶୈଳି ପ୍ରତିମୂର୍ତ୍ତିକୁ ଅଧିକ ବିକୃତ କରୁଥିବା ଅଭିଯୋଗ ହୋଇଥିଲା । ଓଡ଼ିଆମାନେ ଏମିତି ଧୋତି ପିନ୍ଧୁ ନ ଥିବାରୁ ଏହାକୁ ନେଇ ଆପତ୍ତି ଉଠାଇ ଥିଲେ ନବପ୍ରେମୀ । ଖୋଦ୍‌ ନବବାବୁଙ୍କ ଝିଅ କ୍ରିଷ୍ଣା ମହାନ୍ତି ଏହାକୁ ଅତି ଅଶୋଭନୀୟ କହିବା ସହ କାହିଁକି ପୌରପାଳିକା ନବବାବୁଙ୍କୁ ବାରମ୍ବାର ଅପାମାନିତ କରୁଛି ବୋଲି ପ୍ରଶ୍ନ କରିଥିଲେ । ଏତେ ବିରୋଧ ପରେ ଆଜି ପୌରପାଳିକା ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତି ଗୋପବନ୍ଧୁ ପାର୍କର ଯେଉଁ ସ୍ଥାନରେ ଲାଗିଥିଲା ସେଠାରୁ ହଟାଇ ଦିଆ ଯାଇଛି । ପ୍ରତିମୂର୍ତ୍ତିକୁ ସମ୍ପୂର୍ଣ୍ଣ ସଠିକ ଭାବରେ କରିବା ପରେ ଲଗାଯିବ ବୋଲି ଜଣା ପଡିଥିବା ବେଳେ କେବେ ସୁଦ୍ଧା ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ସେ ନେଇ ପୌରପାଳିକା ପକ୍ଷରୁ ସୂଚନା ମିଳି ପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ