Masthead

କିଛି ଘଣ୍ଟା ମଧ୍ୟରେ ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ କିଛି ଘଂଟା ଭିତରେ ବାତ୍ୟାର ରୂପ ନେଇପାରେ । ଆସନ୍ତା ୧୨ ଘଂଟା ଭିତରେ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ଆଇଏମଡିର ଆକଳନ ଅନୁସାରେ ଗଭୀର ଅବପାତ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିଲୋମମିଟର ଓ ସର୍ବାଧିକ ଘଣ୍ଟାପ୍ରତି ୮୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ବାତ୍ୟା ଧିରେ ଧିରେ ଉପକୂଳ ମୁହାଁ ହୋଇ ସମୁଦ୍ର ଭିତରେ ବାଂଲାଦେଶ ଆଡକୁ ଗତି କରିବ ।

୧୮ତାରିଖ ସକାଳ ସୁଦ୍ଧା ବାଂଲାଦେଶର ମଂଗ୍ଲା ଓ ଖେପୁପରା ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବ । ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡିବ ନାହିଁ । ଏହାର ପ୍ରଭାବରେ ଆଜି କେନ୍ଦ୍ରାପଡା, ଜଗତସିଂହପୁରର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୮ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି । ୧୯ତାରିଖରୁ ପାଗରେ ପରିବର୍ତନ ହୋଇ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା