Masthead

କିଛି ଘଣ୍ଟା ମଧ୍ୟରେ ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ କିଛି ଘଂଟା ଭିତରେ ବାତ୍ୟାର ରୂପ ନେଇପାରେ । ଆସନ୍ତା ୧୨ ଘଂଟା ଭିତରେ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ଆଇଏମଡିର ଆକଳନ ଅନୁସାରେ ଗଭୀର ଅବପାତ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିଲୋମମିଟର ଓ ସର୍ବାଧିକ ଘଣ୍ଟାପ୍ରତି ୮୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ବାତ୍ୟା ଧିରେ ଧିରେ ଉପକୂଳ ମୁହାଁ ହୋଇ ସମୁଦ୍ର ଭିତରେ ବାଂଲାଦେଶ ଆଡକୁ ଗତି କରିବ ।

୧୮ତାରିଖ ସକାଳ ସୁଦ୍ଧା ବାଂଲାଦେଶର ମଂଗ୍ଲା ଓ ଖେପୁପରା ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବ । ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡିବ ନାହିଁ । ଏହାର ପ୍ରଭାବରେ ଆଜି କେନ୍ଦ୍ରାପଡା, ଜଗତସିଂହପୁରର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୮ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି । ୧୯ତାରିଖରୁ ପାଗରେ ପରିବର୍ତନ ହୋଇ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା