ହାଣ୍ଡିଶାଳରେ ଝଡ଼, ଚିନ୍ତାରେ ଗୃହିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ରନ୍ଧନ ଗ୍ୟାସ ଦର । ସିଲିଣ୍ଡର ପିଛା ୧୫ ଟଙ୍କା ବଢିଛି ଦର । ଫଳରେ ରାଜଧାନୀ ଭୁବନେଶ୍ୱରରେ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଂଚିଛି । ଦିଲ୍ଲୀରେ ଦର ୮୯୯ ଟଙ୍କା ୫୦ ପଇସାରେ ପହଞ୍ଚିଛି । ସେହିପରି ୫କେଜିଆ ସିଲିଣ୍ଡର ଦର ୫୦୨ ଟଙ୍କାରେ ପହଞ୍ଚିଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ଫଳରେ ଖୁଚୁରା ବଜାରରେ ମହଙ୍ଗା ହୋଇଛି ପେଟ୍ରୋଲିୟମ ଉତ୍ପାଦର ଦର ।

ଲଗାତାର ଭାବେ ଏଲପିଜି ଗ୍ୟାସ ଦର ମହଙ୍ଗା ହୋଇଛି । ଜୁଲାଇରେ ୨୫ ଟଙ୍କା ୫୦ ପଇସା, ଅଗଷ୍ଟରେ ୨୫ ଟଙ୍କା ଓ ପୁଣି ସେପ୍ଟେମ୍ବରରେ ସିଲିଣ୍ଡର ପିଛା ଦର ୨୫ ଟଙ୍କା ବୃଦ୍ଧି ହୋଇଥିଲା । ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୩୧ପଇସା ଓ ପେଟ୍ରୋଲ ଲିଟର ପିଛା ୩୯ପଇସା ବୃଦ୍ଧି ପାଇଛି । ପେଟ୍ରୋଲ ଦର ଭୁବନେଶ୍ୱରରେ ଲିଟର ୧୦୩ଟଙ୍କା ୮୪ ପଇସାକୁ ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ୯୯ଟଙ୍କା ୭୨ପଇସାରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ