Masthead

ଆସୁଛି ବଡ଼ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପରାମର୍ଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଲଘୁଚାପ ପ୍ରଭାବରେ ୨୩ରୁ ବର୍ଷା ଆରମ୍ଭ ହେବ । ୨୪ରେ ଅବପାତର ରୂପ ନେବ ଲଘୁଚାପ । ୨୪ ଓ ୨୫ରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ସତର୍କ ରୁହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ସୂଚନା ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଗୋଟେ ପଟେ ଅକ୍ଟୋବରରେ ବାତ୍ୟାକୁ ନେଇ ଭୟ ବଢୁଥିବା ବେଳେ ୨୨ ତାରିଖରେ ହେବାକୁ ଥିବା ଲଘୁଚାପ ଉପରେ ନଜର ରହିଛି। ଯେକୌଣସି ପରିସ୍ଥିତି ଆସିଲେ ସଜାଗ ରହିବାକୁ ଏସଆରସି, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ହେବ । ୨୩ ତାରିଖରୁ ରାଜ୍ୟରେ ବର୍ଷା ହେବ । ବିଶେଷ କରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ଏପର୍ୟ୍ୟନ୍ତ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ଆସିନଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର