Masthead

ଡିସେମ୍ବର ୨ରେ ବାତ୍ୟା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଘାରିଛି ବାତ୍ୟାର ଭୟ । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଚାଷୀକୂଳ ପର୍ଯ୍ୟନ୍ତ ସମସ୍ତଙ୍କ ମନରେ ବାତ୍ୟାକୁ ନେଇ ଛନକା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଉଛି ଅବପାତର ରୂପ । ଡିସେମ୍ବର ୨ରେ ବାତ୍ୟା ଆଶଙ୍କା । କିନ୍ତୁ ଗତିପଥ ନେଇ ସ୍ପଷ୍ଟ ହୋଇନି ଚିତ୍ର । ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ପାଣିପାଗ ବିଭାଗର ସୂଚନା ମୁତାବକ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସଷ୍ଟ ଚିହ୍ନିତ ହୋଇଛି ଲଘୁଚାପ କ୍ଷେତ୍ର ।

ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେଉଛି । ୨ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଆଖପାଖ ଅଞ୍ଚଳରେ ବାତ୍ୟାର ରୂପ ନେଇପାରେ । ତେବେ ବାତ୍ୟାର ଗତିପଥ ନେଇ ଏପର୍ୟ୍ୟନ୍ତ ବିସ୍ତୃତ ତଥ୍ୟ ମିଳିନାହିଁ । ସେପଟେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

ଆସନ୍ତା ୪୮ଘଣ୍ଟାରେ ଏହା ବାତ୍ୟା ହୋଇପାରେ। ପ୍ରଭାବରେ ୨ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତକାଲିଠୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ବାତ୍ୟା ରୂପ ନେବା ପରେ ଗତିପଥ ନେଇ ସ୍ପଷ୍ଟ ଚିତ୍ର ଆସିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା