Masthead

ବ୍ଲକ ଅଫିସ ଆଗରେ ଧାରଣା

ଟାଙ୍ଗୀ-ଚୌଦ୍ୱାର, (ବଡ଼ ଖବର ବ୍ୟୁରୋ): କରୋନା ସମୟରେ ସରକାର ସାଧାରଣ ଲୋକଙ୍କୁ ବହୁ ସାହାଯ୍ୟ ସହଯୋଗ ଯୋଗାଇ ଦେଇଛନ୍ତି। ହେଲେ ସରକାର ଦେଉଥିବା ସାହାଯ୍ୟ ସହଯୋଗରୁ ବଞ୍ଚିତ ହୋଇଛନ୍ତି ପ୍ରକୃତ ହିତାଧିକାରୀ। ଟାଙ୍ଗୀ-ଚୌଦ୍ୱାର ବ୍ଲକ କୟଳପଡ଼ା ଗ୍ରାମ ପଞ୍ଚାୟତରେ ବହୁ ହିତାଧିକାରୀ ରାସନକାର୍ଡ ପାଇନାହାନ୍ତି। ସେମାନେ କରୋନା ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏହି ପଞ୍ଚାୟତରେ ଗତ ତିନି ବର୍ଷ ମଧ୍ୟରେ ୧୫୦ଜଣରୁ ୧୭୦ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେହି ମୃତ ବ୍ୟକ୍ତିଙ୍କ ସ୍ଥାନରେ ନୂଆ ହିତାଧିକାରୀଙ୍କୁ ଚୟନ କରି ରାସନକାର୍ଡ ବାଣ୍ଟିବାକୁ ସରପଞ୍ଚ ରଶ୍ମିରଞ୍ଜନ ପ୍ରଧାନ ବାରମ୍ବାର ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏମିତିକି ବିଡିଓ ବି କର୍ଣ୍ଣପାତ କରି ନ ଥିଲେ। ରୋଜଗାର ହରାଇ ବସିଥିବା ଏହି ପରିବାର ଲୋକମାନେ ଆଜି ସରପଞ୍ଚଙ୍କ ସହିତ ବ୍ଲକ ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେବା ସହ ରାସନକାର୍ଡ ମିଳିବାର ପ୍ରତିଶ୍ରୁତି ନ ମିଳିବା ଯାଏ ଧାରଣା ଜାରି ରଖିବେ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା